ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ୨୪ ଘଣ୍ଟାରେ ଲଘୁଚାପର ରୂପ ଅଧିକ ସ୍ପଷ୍ଟ ହେବ । ଏହା ଆନ୍ଧ୍ର-ଓଡ଼ିଶା ଉପକୂଳ ଦେଇ ଗତି କରିବ । ଏହା ପ୍ରଭାବରେ ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୩ ଠାରୁ ୧୫ ତାରିଖ ଯାଏଁ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ହୋଇପାରେ। ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *