ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛ ଯେ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ତେଣୁ ଏହି ୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତା ୧୭ ତାରିଖରେ ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଓ ହାଲୁକା ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ସତର୍କ କରାଯାଇଛି ।

Leave a Reply

Your email address will not be published. Required fields are marked *