ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ହେବାର ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ୨୮ ତାରିଖରୁ ୩୧ ତାରିଖ ଯାଏଁ ଭାରି ବର୍ଷାର ସମ୍ଭାବନା ରହିଛି । ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ । ଘଡ଼ଘଡ଼ି ବିଜୁଳି ସହ ପବନ ଓ ବର୍ଷା ହେବାକୁଥିବା ବେଳେ ୨୮ ତାରିଖରୁ ୩୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ତେବେ ଆଜି ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ରହିବ । ଏହାସହ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ । ଯାହାକୁ ନେଇ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । Post navigation ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍ ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗ; ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ: କୃଷ୍ଣଚନ୍ଦ୍ର ମହାପାତ୍ର