ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି। ତେଣୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି, ବିଜୁଳି ସହ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। Post navigation କାରରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ