ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏବେ ଓଡ଼ିଶା ଉପକୂଳରୁ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହା କ୍ରମଶଃ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ଅର୍ଥାତ ୨୫ ଯାଏଁ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ସହିତ ୨୩ରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୩ ତାରିଖ ଯାଏ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

By Nirvay

Leave a Reply

Your email address will not be published. Required fields are marked *