ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଗାମୀ ଆଉ ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ରେଡ୍, ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଲଘୁଚାପ ପ୍ରଭାବରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ IMD ପକ୍ଷରୁ କଟକ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାଜ୍ୟର ଉପକୂଳ ଓ ଉତ୍ତର ଓଡ଼ିଶା ସମେତ ୧୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ଉତ୍ତର-ପଶ୍ଚିମ ଓ ତାହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମେତ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *