ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଜାରି ରହିବ। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସେପ୍ଟେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲା ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି।

​ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ପବନ ବହିପାରେ।

ସେହିପରି ​ସେପ୍ଟେମ୍ବର ୧୫ ଓ ୧୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଥିବା ବେଳେ ​ସେପ୍ଟେମ୍ବର ୧୭ ଗୁରୁବାର ଦିନ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *