ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ଅଗଷ୍ଟ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । Post navigation ଅଗଷ୍ଟ ୨୯ କୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର ସାର ଅଭାବ ପ୍ରତିବାଦରେ ଏନ୍ଏଚ୍ ଅବରୋଧ କଲେ ଚାଷୀ