ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ। କାଲିଠୁ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘୁର୍ଣ୍ଣିବଳୟ ସକ୍ରିୟ ହୋଇଥିବାରୁ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗ ଦେଇ ଉପକୂଳବର୍ତ୍ତୀ ବାଂଲାଦେଶକୁ ଆସିବାର ସମ୍ଭାବନା ରହିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ଉପକୂଳବର୍ତ୍ତୀ ୧୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ। ୧୩ରେ ପ୍ରବଳ ବର୍ଷା ଯୋଗୁଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *