କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନ । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟାର ରୂପ ନେବ। ୨୪ ସକାଳ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ। ସମ୍ଭାବ୍ୟ ବାତ୍ୟା ନେଇ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା। ଲଘୁଚାପ ସୃଷ୍ଟି ହେବା ପରେ ବାତ୍ୟା ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ। ୨୩ରୁ ଉପକୂଳ ଓଡ଼ିଶା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏପରିକି ୨୬ ଓ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର । ଖୋର୍ଦ୍ଧା, ପୁରୀ, ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି

Leave a Reply

Your email address will not be published. Required fields are marked *