ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ କରାଯାଇଛି ।ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।

ସେହିପରି ଲଘୁଚାପ ପ୍ରଭାବରେ ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆଜି ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ଯାଜପୁର ,ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ । ସେହିପରି ଅନୁଗୁଳ, ବୌଦ୍ଧ, ବରଗଡ଼, ଝାରୁସୁଗୁଡା, ଦେଓଗଡ଼ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଲର୍ଟ କରାଯାଇଛି।

Leave a Reply

Your email address will not be published. Required fields are marked *