ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡକୁ ମୁହାଁଇବାର ସମ୍ଭାବନା ରହିଛି ।  ଯାହାର ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ସେହିପରି ୪ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର । ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ ୧୨ରୁ ୨୦ ସେମି ଯାଏ ବର୍ଷା ହୋଇପାରେ । । ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପଟେ ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତାକାଲି ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *