ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି । ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି । ଏ ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ସୂର୍ଯ୍ୟାବଂଶୀ ସୂରଜ। ସେ କହିଛନ୍ତି ଓଡ଼ିଶା ମଧ୍ୟପ୍ରାଚ୍ୟରେ ରହୁଥିବା ଓଡ଼ିଆଙ୍କ ସୁରକ୍ଷା ଏବଂ ସୁରକ୍ଷା ସମ୍ପର୍କରେ ଆଲୋଚନା କରିବା ପାଇଁ ସୋମବାର ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଉଚ୍ଚସ୍ତରୀୟ ବୈଠକ। ପ୍ରବାସୀ ଓଡ଼ିଆଙ୍କ ସୁରକ୍ଷା ଓ ସେମାନଙ୍କ ସ୍ଥିତି ସମ୍ପର୍କରେ ପ୍ରସ୍ତୁତି ଓ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି । ଭାରତୀୟ ବୈଦେଶିକ ମନ୍ତ୍ରାଳୟ ଦ୍ୱାରା ଏକ ୨୪ ଘଣ୍ଟିଆ ଟୋଲଫ୍ରି ନମ୍ବର ଜାରି କରାଯାଇଛି। ଏହି ନମ୍ବର ହେଉଛି ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ୍-୯୭୧୫୪୩୦୯୦୫୭୧ ଜାରି ହୋଇଥିବା ବେଳେ ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ । Post navigation YouTuber Murder Case: ୟୁଟ୍ୟୁବର ରାହୁଲ ମହାରଣା ହତ୍ୟା ମାମଲା; ପୋଲିସର ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଲେ ରାହୁଲଙ୍କ ପତ୍ନୀ Ratna Bhandar: ମାର୍ଚ୍ଚ ୨୫ରୁ ହେବ ରତ୍ନଭଣ୍ଡାର ଗଣତିମଣତି