ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଆଜି ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟ ନେତାଙ୍କ ମଧ୍ୟରେ ଔପଚାରିକ ସାକ୍ଷାତ,ଆଲୋଚନା ହୋଇଛି। ପ୍ରାୟ ୩ ବର୍ଷ ପରେ ଉଭୟ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ବୈଠକର ଫଟୋ ସେୟାର କରି ସୋରେନ ବାର୍ତ୍ତାଳାପକୁ ସୌଜନ୍ୟ ମୂଳକ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଏହାର ଫଟୋ ସେୟାର କରାଯାଇଛି।

କିନ୍ତୁ ଉଭୟଙ୍କ ମଧ୍ୟରେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ତାହା ଜଣାପଡ଼ିନାହିଁ । ଚଳିତ ବର୍ଷ ଶେଷରେ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ମଧ୍ୟ ହେବାକୁ ଯାଉଛି, ଯାହା ଉପରେ ସମସ୍ତଙ୍କ ନଜର ରହିଛି।

ସୂଚନଯୋଗ୍ୟ, ଜମି ଦୁର୍ନୀତି ମାମଲାରେ ହାଇକୋର୍ଟରୁ ଜାମିନ ପାଇବା ପରେ ଗତ ଜୁନ୍‌ ୨୮ରେ ହେମନ୍ତ ସୋରେନ ଜେଲ୍‌ରୁ ମୁକୁଳିଥିଲେ। ଏହାରେ ସେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବା ପରେ ସେ ପ୍ରଥମ ଥର ପାଇଁ ମୋଦିଙ୍କୁ ଭେଟିଥିବା ବେଳେ ଝାଡ଼ଖଣ୍ଡର ବିକାଶ ନିମନ୍ତେ ବିଭିନ୍ନ ପ୍ରସଙ୍ଗରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାଯାଇଛି।

Leave a Reply

Your email address will not be published. Required fields are marked *