ଆଜି ହେରା ପଞ୍ଚମୀ। ନବ ଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। କାଳିଆ ଠାକୁରଙ୍କୁ ଫେରାଇ ଆଣିବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ। ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପାଲିଙ୍କିରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ମା’ଲକ୍ଷ୍ମୀଙ୍କୁ କହିଥାନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ। ଏହି ପରମ୍ପରାକୁ ହେରା ପଞ୍ଚମୀ ନୀତି କୁହାଯାଏ ।

ଖାଲି ଶ୍ରୀମନ୍ଦିର ନୁହଁ, ଓଡ଼ିଶାର ଯେଉଁ ଯେଉଁ ସ୍ଥାନରେ ରଥଯାତ୍ରା ହୁଏ ସେଠାରେ ହେରାପଞ୍ଚମୀ ଉତ୍ସବ ପାଳିତ ହୁଏ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଏହି ଉତ୍ସବ ଅନୁଷ୍ଠିତ ହୁଏ । ଏହି ଉତ୍ସବ କୁ ଲକ୍ଷ୍ମୀ ବିଜୟ ଉତ୍ସବ ମଧ୍ୟ କୁହାଯାଏ ।

Leave a Reply

Your email address will not be published. Required fields are marked *