ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ୧୮ ତାରିଖରେ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି । ସୂଚନାଯୋଗ୍ୟ, ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା ଦିଲ୍ଲୀର ସିବିଆଇର ୮ ଜଣିଆ ଟିମ୍ । ଟେଣ୍ଡର ଫିକ୍ସିଂ ମାମଲାରେ ବାରାମ୍ବାର ସମନ ପରେ ବି ହାଜର ହେଉନଥିଲେ ବିଷ୍ଣୁପଦ ସେଠୀ । ଏହାପରେ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା ସିବିଆଇ । Post navigation ଓଏସ୍ଏସ୍ସିର ଶାରୀରିକ ପରୀକ୍ଷା ବେଳେ ଚାଲିଗଲା ୨ ପରୀକ୍ଷାର୍ଥୀଙ୍କ ଜୀବନ; ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ ମାମଲା: ମୁହାଁ ମୁହିଁ ହେଲେ ବିରୋଧି ଓ ଶାସକ ଦଳ ନେତା