ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢାଉ ମାମଲାରେ ହାଇକୋର୍ଟରେ ଆବେଦନର ଶୁଣାଣି ଶେଷ ହୋଇଛି । ହାଇକୋର୍ଟ ରାୟ ସଂରକ୍ଷିତ ରଖିବା ସହ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । କୌଣସି କଠୋର କାଯ୍ୟାନୁଷ୍ଠାନ ନ ନେବାକୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ସିବିଆଇ ଚଢ଼ାଉ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ବିଷ୍ଣୁପଦ ।

ସୂଚନା ଯୋଗ୍ୟ: ବ୍ରିଜ୍‌‌ ଆଣ୍ଡ ରୁଫ୍‌‌ କର୍ପୋରେସନ‌ ଲିମିଟେଡ୍‌‌ ପାଇଁ ଏକ ବିଲ୍‌ ପାସ୍‌ କରିବାକୁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ନେଇ ସିବିଆଇ ପକ୍ଷରୁ ମାମଲା ହୋଇଥିଲା। ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା ସବିଆଇର ୮ ଜଣିଆ ଟିମ୍ । ଟେଣ୍ଡର ଫିକ୍ସିଂ ମାମଲାରେ ବାରାମ୍ବାର ସମନ ପରେ ବି ହାଜର ହେଉନଥିଲେ ବିଷ୍ଣୁପଦ ସେଠୀ । ଏହାପରେ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା ସିବିଆଇ । ଏଫଆଇଆରରେ ନାଁ ନଥିଲେ ମଧ୍ୟ ସିବିଆଇର ଏପରି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Leave a Reply

Your email address will not be published. Required fields are marked *