ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଆଜି ଅପରାହ୍ଣ ୪ଟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀଙ୍କୁ ଉପସ୍ଥିତ ରହିବା ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ପାଣିପାଗ ସ୍ଥିତି ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଉପକୂଳ ଛୁଇଁବା ନେଇ ସୂଚନା ରହିଛି। କିନ୍ତୁ ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ ପୁରୀ ଜିଲ୍ଲା ପ୍ରତି ଟିକେ ଅଧିକ ବିପଦ ରହିଥିବା ଆଶଙ୍କା କରାଯାଉଛି। ଏହା ସହିତ ଯାଜପୁର, ଭଦ୍ରକ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଅଞ୍ଚଳ ପାଇଁ ସତର୍କ ସୂଚନା ବା ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ପରିସ୍ଥିତିର ସଫଳ ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ମନ୍ତ୍ରୀ ସୁରେଶ ପୂଜାରୀ ସ୍ପଷ୍ଟ କରିଛନ୍ତି। ପ୍ରଶାସନିକ ସ୍ତରରେ ସମନ୍ୱୟ ରକ୍ଷା କରି ଯେକୌଣସି ଜରୁରୀକାଳୀନ ସ୍ଥିତିର ସାମ୍ନା କରିବାକୁ ସରକାର ସଜାଗ ଥିବା ସେ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *