Hike In Monthly Remuneration Of Cooks In Schools
ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।
 
ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) ରାଜ୍ୟରେ ନିୟୋଜିତ ହୋଇଥିବା ୧,୧୨,୦୯୦ ଜଣ ପାଚକ, ପାଚିକା (Cook-cum-Helpers) ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ ।
 
ଏହି ପାଚକ, ପାଚିକା ମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *