Home Guard Recruitment Tragedy: odisha CM Announces Compensation
ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
 
ଖୋର୍ଦ୍ଧା ଜିଲ୍ଲାର ତରତୁଆ ରିଜର୍ଭ ପଡ଼ିଆରେ ହୋମ୍‌ଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଦେଉଥିବା ଅମାଦୁଲା ହକ୍ ଖାନ ନାମକ ଜଣେ ପରୀକ୍ଷାର୍ଥୀଙ୍କର ଅସୁସ୍ଥ ହୋଇ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ, ପରୀକ୍ଷା ବେଳେ ଦୌଡ଼ୁଥିବା ସମୟରେ ଏହି ପରୀକ୍ଷାର୍ଥୀ ହଠାତ୍ ଅସୁସ୍ଥ ହୋଇ ତଳେ ପଡ଼ିଯାଇଥିଲେ ।
 
ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
 

By Nirvay

Leave a Reply

Your email address will not be published. Required fields are marked *