ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ପ୍ରଚାର । ଓଡ଼ିଶାରେ ନିର୍ବାଚନ ଜିତିବାକୁ ବିଜେପି ସବୁ ପ୍ରକାରର ଉଦ୍ୟମ କରିଚାଲିଛି। ବାରମ୍ବାର ଓଡ଼ିଶା ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ନେତା । ବଡ ବଡ ନେତାଙ୍କୁ ପ୍ରଚାର ମୈଦାନକୁ ଆଣି ସରଗରମ କରୁଛି ବିଜେପି । ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜେପି ପକ୍ଷରୁ ପ୍ରଚାରକୁ କରିବେ ଜୋରଦାର। ଆଜି ୩ଟି ସ୍ଥାନରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ ଶାହ। ପୂର୍ବାହ୍ନ ୧୧ଟାରେ ଭଦ୍ରକ ଲୋକସଭା କ୍ଷେତ୍ରର ଚାନ୍ଦବାଲି ଠାରେ ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେବେ ଅମିତ ଶାହ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବାରବାଟୀ ହେଲିପ୍ୟାଡ଼ରେ ପହଂଚିବା ପରେ ଅମିତ ଶାହ ଏକ ସ୍ୱତନ୍ତ୍ର ଗାଡ଼ି ଯୋଗେ ନିମାପଡା ଆସିବେ । ଅମିତ ଶାହଙ୍କ କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜଗତସିଂହପୁର ଲୋକସଭା ଆସନର ସାଂସଦ ପ୍ରାର୍ଥୀ ବିଭୁ ତରାଇ, ନିମାପଡ଼ା ବିଜେପି ପ୍ରାର୍ଥୀ ପ୍ରଭାତୀ ପରିଡ଼ା, ବିଜେଡି ଛାଡି ବିଜେପିର ସାମିଲ ହୋଇଥିବା ସମୀର ରଞ୍ଜନ ଦାଶ, ଅନ୍ୟନେତାମାନେ ଯୋଗଦେବେ ।

ସେହିପରି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଶାହ ଯାଜପୁର ଲୋକସଭା କ୍ଷେତ୍ରର କୋରେଇ ଓ ପାଣିକୋଇଲି ଠାରେ ଜନସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଶେଷରେ ଅପରାହ୍ନ ୩ଟାରେ ଜଗତସିଂହପୁର ଲୋକସଭା କ୍ଷେତ୍ରର ନିମାପଡ଼ା ବାରବାଟୀ ପଡ଼ିଆରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ସାମିଲ ହେବେ ଅମିତ ଶାହ।

Leave a Reply

Your email address will not be published. Required fields are marked *