ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର ରତିଭାନପୁରରେ ମଙ୍ଗଳବାର ଦିନ ଭୋଲେ ବାବାଙ୍କ ସତ୍‌ସଙ୍ଗ ଉଦ୍‌ଯାପନୀ ସମାରୋହରରେ ଶ୍ରଦ୍ଧାଳୁଙ୍କ ଭୟଙ୍କର ଭିଡ଼ ହୋଇଥିବାରୁ ଦଳାଚକଟାରେ ୨୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨୩ ଜଣ ମହିଳା ଓ ୩ ଜଣ ଶିଶୁ ଥିବା ଜଣାପଡ଼ିଛି। ସେହିପରି ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଅଛନ୍ତି। ସେମାନଙ୍କୁ ଏଟା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଚାଲିଛି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି ।

ତେବେ ବେସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୪୦ରୁ ଅଧିକ ବୋଲି କୁହାଯାଉଛି। ସେହିପରି ୧୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି।

ଅନ୍ୟପଟେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ଏହା ସହିତ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରି ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କୁ ଉଚିତ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *