ଭୁବନେଶ୍ଵର: ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ । ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ । ଗଡ଼କରୀ ପୁରୀ ଗସ୍ତରେ ଯାଇ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛ। ତେବେ ଏହା ପୂର୍ବରୁ ସେ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ।

ନୀତିନଙ୍କୁ ସ୍ୱାଗତ ପାଇଁ ସମସ୍ତ ପ୍ରସ୍ତୁତି ହୋଇଥିବା ନେଇ ଏକ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୁରୀ ବିଧାୟକ ତଥା ପୁରୀ ବିଧାନସଭା ଆସନ ବିଜେପି ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ।

Leave a Reply

Your email address will not be published. Required fields are marked *