ରାଜଧାନୀ ଭୁବନେଶ୍ୱରର ନାଲକୋ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ଏକ ହାଇୱା ଟ୍ରକ୍‌ ଆମ୍ବୁଲାନ୍ସକୁ ଧକ୍କା ଦେଇ ପ୍ରାୟ ୫୦ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଚାଳକ ଆହତ ହୋଇଛନ୍ତି। ଆହତ ଚାଳକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

ଘଟଣା ସମ୍ପର୍କରେ ଖବର ପାଇ ମୈତ୍ରୀ ବିହାର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାର ପ୍ରକୃତ କାରଣ କ’ଣ, ତାହା ପୋଲିସ ତଦନ୍ତ ପରେ ସ୍ପଷ୍ଟ ହେବ।

Leave a Reply

Your email address will not be published. Required fields are marked *