ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଆଶ୍ୱସ୍ତି । ତାଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି । ଜୁଲାଇ ୧୮ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ। ଏହି ଅବଧି ମଧ୍ୟରେ ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ । ସିବିଆଇ ରେଡ୍ ମାମଲାରେ ଆଗୁଆ ଜାମିନ୍ ଆବେଦନ କରିଥିଲେ ବିଷ୍ଣୁପଦ । ବ୍ରିଜ୍ ଆଣ୍ଡ ରୁଫ୍ କର୍ପୋରେସନ ଲିମିଟେଡ୍ ପାଇଁ ଏକ ବିଲ୍ ପାସ୍ କରିବା ପାଇଁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ନେଇ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଥିଲା। ବିଷ୍ଣୁପଦଙ୍କ ଘରେ ସିବିଆଇ ରେଡ୍ କରିବା ସହିତ ସମନ ଜାରି କରିଥିଲା । FIRରେ ନାଁ ନଥିଲେ ମଧ୍ୟ ସିବିଆଇର ଏପରି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । Post navigation ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା; ସନ୍ଧ୍ୟା ପରେ ଆସିବ ବଡ଼ ନିଷ୍ପତ୍ତି: ରାଜସ୍ବ ମନ୍ତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଏଚ୍ଓଡି ସମୀର ସାହୁଙ୍କ ନାଁରେ ଅଭିଯୋଗ ନେଇ ତଥ୍ୟ ରଖିଲେ ଆଇସିସି ସଦସ୍ୟ