ଆଇଏଏସ୍‌ ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ । ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ଆଇଏଏସ ଅଫିସର ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଆହୁଜା କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ।

ସୂଚନା ମୁତାବକ, ରାଜ୍ୟର ମୁଖ୍ୟଶାସନ ସଚିବ ଥିବା ପ୍ରଦୀପ ଜେନାଙ୍କ ବର୍ଦ୍ଧିତ କାର୍ଯ୍ୟକାଳ ଜୁନ୍‌ ୩୦ରେ ଶେଷ ହେଉଛି। ତାଙ୍କ କାର୍ଯ୍ୟକାଳ ବୃଦ୍ଧି ନ କରି ରାଜ୍ୟ ସରକାର ଶ୍ରୀ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ପଦରେ ଅବସ୍ଥାପିତ କରିଛନ୍ତି । ମନୋଜ ଆହୁଜାଙ୍କ ନିଯୁକ୍ତି ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ସରକାରୀ ଚାକିରିରୁ ଅବସର ଦେଇଛନ୍ତି ସରକାର।

Leave a Reply

Your email address will not be published. Required fields are marked *