ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ବରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି । ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି । IPS ଆଶିଷ ସିଂଙ୍କ ବଦଳି ନେଇ ଗୃହ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ନିର୍ବାଚନ ଆରମ୍ଭ ହେବା ସମୟରୁ ହିଁ ବିବାଦରେ ଥିଲେ ଆଇପିଏସ୍ ଆଶିଷ ସିଂ । ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାମ କରୁଥିବା ବିଜେପି ଅଭିଯୋଗ କରିଥିଲା । ଏହାପରେ ନିର୍ବାଚନ କମିସନଙ୍କ ନିକଟରେ ମାମଲା ପହଞ୍ଚିିଥିଲା। ଫଳରେ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ କେନ୍ଦ୍ରାଞ୍ଚାଳ ଆଇଜି ପଦରୁ ହଟାଯାଇଥିଲା। ଫଳରେ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ କେନ୍ଦ୍ରାଞ୍ଚାଳ ଆଇଜି ପଦରୁ ହଟାଯାଇଥିଲା । ତାଙ୍କୁ ନିର୍ବାଚନ ସଂକ୍ରାନ୍ତୀୟ ଦାୟିତ୍ୱ ନଦେବା ପାଇଁ କମିସନ କହିଥିଲେ। ଏହାପରେ ଆଶିଷ ସିଂହ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ରହିଥିଲେ । ତେବେ ମେ’ ୪ ତାରିଖରୁ ସ୍ୱାସ୍ଥ୍ୟଗତ କାରଣରୁ ସେ ମାସେ ଛୁଟିରେ ଯାଇଥିଲେ। ଛୁଟିରେ ରହି ସେ ବିଜେଡି ପାଇଁ କାମ କରୁଥିବାର ଅଭିଯୋଗ ପୁଣି କମିସନଙ୍କ ନିକଟରେ ପହଞ୍ଚିିଥିଲା। ଏହା ପରେ କମିସନଙ୍କ ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ଏମ୍ସ୍ରେ ଏକ ୬ ଜଣିଆ ଡାକ୍ତରୀ ଦଳ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ନେଇ ଏହି ଟିମ୍ ରିପୋର୍ଟ ଦେଇଥିଲେ। କମିସନ ଏହି ରିପୋର୍ଟକୁ ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ପଠାଇବା ସହ ଶ୍ରୀ ସିଂହଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ୍ କରିଥିଲେ । ଛୁଟି ସରିବା ପରେ ଆଶିଷ ସିଂ କାର୍ଯ୍ୟରେ ଯୋଗ ଦେଇଥିଲେ । ଆଉ ରାଜ୍ୟରେ ନୂଆ ସରକାର ଆସିବା ପରେ ତାଙ୍କର କ୍ଷମତାରେ ଚୋଟ ପଡିଛି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି । Post navigation ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଘରୋଇ ସ୍କୁଲର ୭ ଛାତ୍ରଛାତ୍ରୀ ଅସୁସ୍ଥ