ଭୁବନେଶ୍ୱର  : ୨୨ ତାରିଖ ବେଳକୁ ରାଜ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ପ୍ରାଥମିକ ସ୍ତରରେ ଏହାର ଗତି ଉତ୍ତର ଓ ଉତ୍ତର ପୂର୍ବ ଆଡକୁ ରହିବ । ଧୀରେ ଧୀରେ ଲଘୁଚାପ ଯେତେବେଳେ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ୨୪ ତାରିଖ ବେଳକୁ ଏହା ଅବପାତ ରୂପନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ହେଲେ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି।
ମନୋରମା ମହାନ୍ତି କହିଛନ୍ତି, ଏବେ ଭୟ କରିବାର କିଛି ନାହିଁ। ଏ ପର୍ଯ୍ୟନ୍ତ ଆମେ (ଆଇଏମ୍‌ଡି) ବାତ୍ୟା ନେଇ କୌଣସି ଆକଳନ କରିନି। ଏବେ ଲଘୁଚାପ ମଧ୍ୟ ସୃଷ୍ଟି ହୋଇନାହିଁ। ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ରହିଛି।

By SonaliP

Leave a Reply

Your email address will not be published. Required fields are marked *