ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
 
ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
 
ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
 
ସକ୍ରିୟ ଲଘୁଚାପ ସହ ପାଗ ଅନୁକୂଳ ଥିବାରୁ ଏଥର ନିର୍ଦ୍ଧାରିତ ସମୟଠାରୁ ୧୪ ଦିନ ଆଗୁଆ ମୌସୁମୀ ଓଡି଼ଶା ପ୍ରବେଶ କରିଛି ।

By Nirvay

Leave a Reply

Your email address will not be published. Required fields are marked *