ଆସନ୍ତା କାଲି ପାଇଁ ରାଜ୍ୟର ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ତିନିଟି ଜିଲ୍ଲା – କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ କରିଛି । Post navigation ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା; ଶିକ୍ଷକ କି ଯେତେ ବଡ଼ ଲୋକ ହୁଅନ୍ତୁ ସମସ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷାମନ୍ତ୍ରୀ ଆଜି ସଂଧ୍ୟା ସୁଦ୍ଧା ଆସିବ ପୁରୀ ଦଳାଚକଟା ରିପୋର୍ଟ