Odisha to witness heavy Rain till September 28

ଚଳିତ ବର୍ଷ ଜୁନ ମାସରେ ରାଜ୍ୟରେ ସ୍ବଭାବିକ ଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ମୌସୁମୀ ବର୍ଷା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଦେଇ କହିଛନ୍ତି ଜୁନ୍‌ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଜୁନ୍‌ରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ ପୂର୍ବାନୁମାନ ହୋଇଛି।

ପ୍ରାକ୍‌ ମୌସୁମୀ ବର୍ଷା ସ୍ବାଭାବିକଠୁ ଅଧିକ ରହିଛି । ମେ ମାସରେ ଦେଶରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି । ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି । କେରଳକୁ ୮ ଦିନ ଆଗୁଆ ମୌସୁମୀ ପ୍ରବେଶ କରିଛି । ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରେ ମଧ୍ୟ ମୌସୁମୀ ଆଗୁଆ ପହଞ୍ଚିଛି । ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଛି ।

ଅନ୍ୟପଟେ ଆଜି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦିଆଯାଇଛି । ଏହାକୁ ନଜରରେ ରଖି ସତର୍କ କରାଇଛନ୍ତି SRC ।

Leave a Reply

Your email address will not be published. Required fields are marked *