ଓଡ଼ିଶାରେ ରେଳଧାରଣା ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କୃତଜ୍ଞତା ଜଣାଇଛନ୍ତି । ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ସମସ୍ତ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ।

ଓଡ଼ିଶାରେ ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର ମିଳିଛି। ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ ୧୦୭ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି। ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ତିନିଟି ରେଳ ମଣ୍ଡଳ ରହିବ। ଅମୃତ ଷ୍ଟେସନ ଯୋଜନାରେ ଓଡ଼ିଶାର ୫୯ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଛି। ମୋଦି 3.0 ସମୟରେ ୧୯,୨୮୯ କୋଟି ବ୍ୟୟ ଅଟକଳରେ ୮ଟି ନୂତନ ରେଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରାଯାଇଛି ବୋଲି ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ Xରେ ଲେଖିଛନ୍ତି।

Leave a Reply

Your email address will not be published. Required fields are marked *