ଦୀର୍ଘ ଦିନ ପରେ କଟକ ବାରବାଟୀ କ୍ରିକେଟ୍‌ ଷ୍ଟାଡିୟମକୁ ଫେରିଛି ଅନ୍ତର୍ଜାତୀୟ ମୁକାବିଲା । ଯାହାକୁ ନେଇ ପୁଣି ଉତ୍ସାହିତ ହୋଇପଡିଛନ୍ତି କ୍ରିକେଟ୍‌ ପ୍ରେମୀ । କଟକର ଐତିହାସିକ ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଇଂଲଣ୍ଡର ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌। ୨୦୨୫ ମସିହାରେ ଫେବ୍ରୁଆରୀ ୯ ତାରିଖରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ଖେଳାଯିବ । ଏନେଇ ବିସିସିଆଇ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ, ଆସନ୍ତା ବର୍ଷ କ୍ରିକେଟ୍‌ ଖେଳ ପାଇଁ ଜାନୁଆରୀ ୨୨ ତାରିଖରେ ଇଂଲଣ୍ଡ ଦଳ ଭାରତ ଗସ୍ତରେ ଆସି ୫ଟି ଟି-୨୦ ଏବଂ ୩ଟି ଦିନିକିଆ ମ୍ୟାଚ୍ ଖେଳିବ । ଏହା ଭିତରୁ ଗୋଟିଏ ଦିନିକିଆ ମ୍ୟାଚଟି କଟକରେ ଖେଳାଯିବ ।

ଶେଷଥର ପାଇଁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନ୍ତର୍ଜାତୀୟ ୧୨ ଜୁନ୍‌ ୨୦୨୨ ଟି-୨୦ ମ୍ୟାଚ୍‌ ଖେଳାଯାଇଥିଲା। ସେହିପରି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ୨୦୧୯ ୨୨ ଡିସେମ୍ବରରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଶେଷ ଦିନିକିଆ ମ୍ୟାଚ୍‌ ଖେଳାଯାଇଥିଲା।

Leave a Reply

Your email address will not be published. Required fields are marked *