ଓଡ଼ିଶା ପହଞ୍ଚିଲେ ପ୍ୟାରିସ ଅଲିମ୍ପିକ ବ୍ରୋଞ୍ଜ ବିଜୟୀ ଭାରତୀୟ ପୁରୁଷ ହକି ଦଳ । ବିଜୁ ପଟ୍ଟନାୟକ ଏୟାପୋର୍ଟରେ ପହଞ୍ଚିବା ପରେ ଖେଳାଳିମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଅପରାହ୍ନରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଅନ୍ୟପଟେ ଭାରତୀୟ ପୁରୁଷ ହକି ଦଳ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଛି। ଫଳରେ ଖେଳାଳିଙ୍କୁ ସମ୍ବର୍ଦ୍ଧନା କରିବା ପାଇଁ ଓଡ଼ିଶା ଡକାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ଦଳର ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରି ସାରିଛନ୍ତି। ପ୍ରତି ଖେଳାଳିଙ୍କୁ ୧୫ ଲକ୍ଷ, ସପୋର୍ଟ ଷ୍ଟାଫ୍‌ଙ୍କୁ ୧୦ ଲକ୍ଷ ଏବଂ ଓଡ଼ିଶାର ଅମିତ ରୋହିଦାସଙ୍କୁ ୪ କୋଟି ଟଙ୍କା ପ୍ରଦାନ କରିବାକୁ ପୂର୍ବରୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ଭାରତୀୟ ଦଳକୁ ଓଡ଼ିଶାରେ ସମ୍ବର୍ଦ୍ଧନା ପାଇଁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

Leave a Reply

Your email address will not be published. Required fields are marked *