ବାଲେଶ୍ୱର ସହରରେ ବନ୍ଦ ହେଲା ଇଣ୍ଟରନେଟ ସେବା। ୪୮ ଘଣ୍ଟା ପାଇଁ ବନ୍ଦ ରହିବ ଇଣ୍ଟରନେଟ୍। ଶାନ୍ତ ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତିି ନେଇଛି। ଗତକାଲିଠାରୁ ଲାଗି ରହିଥିବା ଉତ୍ତେଜନା ପରେ ପୁରା ସହରରେ ଅନିର୍ଦ୍ଧିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି ହୋଇଛି। ଘଟଣାରେ ୩୪ ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ୪୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। କର୍ଫ୍ୟୁ ସମୟରେ ଘରୁ ନବାହାରି ପୋଲିସକୁ ସହଯୋଗ କରିବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ସହରରେ ସମସ୍ତେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ବାଲେଶ୍ୱରକୁ ସଂଯୋଗ କରୁଥିବା ସବୁ ରାସ୍ତା ସିଲ କରାଯାଇଛି।

ବାଲେଶ୍ୱର ସଦର ସୁନହଟ ଅଞ୍ଚଳରେ ଗତକାଲି ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଯାହାକୁ ନେଇ ବିଳମ୍ବିତ ରାତିରେ ଉତେଜନା ଦେଖାଦେଇଥିଲା। ଦୁଇ ଗୋଷ୍ଠୀ ପରସ୍ପରଙ୍କୁ ଆକ୍ରମଣ କରିଛନ୍ତି। ପରସ୍ପରକୁ ପଥର, କାଚ ବୋତଲ ଫୋପାଡିବାରୁ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇପହିଛନ୍ତି। ବିଶେଷକରି ଗୋଳାପାଖରୀ, ମୋତିଗଞ୍ଜ, ସିନେମାଛକ ଆଦି ଅଂଚଳରେ ହିଂସା ପରିସ୍ଥିତି ସୃଷ୍ଟି ହୋଇଥିଲା। ହିଂସାକାରୀମାନେ ବିଭିନ୍ନ ସାହିରେ ପଶି ଲୋକଙ୍କ ଘରକୁ ଢେଲାପଥର ମାଡ କରିଥିଲେ।

Leave a Reply

Your email address will not be published. Required fields are marked *