ବହୁଚର୍ଚ୍ଚିତ ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନା ମାମଲାରେ କମିଶନଙ୍କ ତଦନ୍ତ ଶେଷ ହୋଇଛି। ଏ ନେଇ ଆଜି ସୂଚନା ଦେଇଛନ୍ତି ଜଷ୍ଟିସ ସି.ଆର ଦାଶ କମିଶନଙ୍କ ସଚିବ ଶୁଭେନ୍ଦ୍ର ମହାନ୍ତି । ସେ କହିଛନ୍ତି ସମସ୍ତ ସାକ୍ଷ୍ୟ ପ୍ରମାଣ ଆଧାରରେ ରିପୋର୍ଟ ପ୍ରସ୍ତୁତ ହୋଇଛି । ଆସନ୍ତା ୨୮ ତାରିଖରେ ସୁଦ୍ଧା ତଦନ୍ତ କମିଶନ ତାଙ୍କ ରିପୋର୍ଟ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବେ । ଗତବର୍ଷ ସେପ୍ଟେମ୍ବର ୧୪ ତାରିଖଦିନ ବିଳମ୍ବିତ ରାତିରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ କିଛି ଯୁବକ ଦୁର୍ବ୍ୟବହାର କରିଥିଲେ । ଯାହାକୁ ନେଇ ସେମାନେ ଭରତପୁର ଥାନାରେ ଅଭିଯୋଗ କରିବାକୁ ଯାଇଥିଲେ । ମାତ୍ର ସେଠାରେ ବି ଉଭୟଙ୍କୁ ଦୁର୍ବ୍ୟବହାର କରିବା ସହ ମେଜର୍ ଓ ବାନ୍ଧବୀଙ୍କ ହାଜତରେ ରଖିବା ସହିତ ନିର୍ଯ୍ୟାତନା ଦିଆଯାଇଥିବା ଅଭିଯୋଗ କରିଥିଲେ ମେଜର ଓ ତାଙ୍କ ବାନ୍ଧବୀ । ଏହା ପରେ ଏହି ମାମଲାର ତଦନ୍ତ ବିଚାର ବିଭାଗୀୟ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦେଇଥିଲେ । ଜଷ୍ଟିସ୍ ସି ଆର୍ ଦାଶଙ୍କ ଅଧ୍ୟକ୍ଷତାରେ ଗଠିତ କମିଶନଙ୍କୁ ତଦନ୍ତଭାର ଦିଆଯାଇଥିଲା । Post navigation ବାରବାଟୀ ଷ୍ଟାଡିୟମ ଜଗିବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଷୋଡ଼ଶ ଅର୍ଥ କମିଶନ