ଭୁବନେଶ୍ୱର: ୧୯୮୯ ବ୍ୟାଚର ଆଇପିଏସ ବି.ରାଧିକାଙ୍କୁ ଅବସର ନେବା ପାଇଁ ଅନୁମତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଆଇପିଏସ ଅଫିସର ବି.ରାଧିକାଙ୍କୁ ସ୍ୱେଚ୍ଛାକୃତ ଅବସର ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏବେ ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ ଅଛନ୍ତି ବି.ରାଧିକା । ଏହାସହିତ ଏସଏଫଏସଏଲର ନିର୍ଦେଶକ ଦାୟିତ୍ୱରେ ମଧ୍ୟ ରହିଛନ୍ତି ବି. ରାଧିକା । କିଛି ଦିନ ହେଲା ବି. ରାଧିକା ଓଡ଼ିଶାର ପ୍ରଥମ ମହିଳା ଡିଜିପି ହେବା ନେଇ ଚର୍ଚ୍ଚା ଲାଗି ରହିଥିଲା । କିନ୍ତୁ ହଠାତ ସ୍ୱେଚ୍ଛାକୃତ ଅବସର ନେଇ ସେ ସମସ୍ତଙ୍କୁ ଚମକେଇ ଦେଇଛନ୍ତି । ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ ରାଧିକା । ରାଧିକା କେନ୍ଦ୍ରୀୟ ଡେପୁଟେସନରୁ ଫେରି ଗତ ନଭେମ୍ବର ୨୮ତାରିଖରେ ଓଡ଼ିଶା କ୍ୟାଡ଼ରରେ ଯୋଗ ଦେଇଥିଲେ । ରାଧିକା ଚଳିତବର୍ଷ ଜୁଲାଇ ମାସରେ ୬୦ବର୍ଷ ବୟସ ପୂରଣ କରୁଥିବାରୁ ଉକ୍ତ ମାସରେ ସରକାରୀ ଚାକିରିରୁ ଅବସର ନେଇଥାନ୍ତେ । ୧୯୮୯ ବ୍ୟାଚ୍ ଓଡ଼ିଶା କ୍ୟାଡରର ଆଇପିଏସ୍ ବି.ରାଧିକା ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ୨୦୨୩ ଡିସେମ୍ବର ୩୧ ଓ ଚଳିତବର୍ଷ ଜାନୁୟାରୀ ୧୧ ତାରିଖରେ ଦୁଇଥର ଆବେଦନ କରିଛନ୍ତି । ସର୍ବଭାରତୀୟ ସେବା ରୁଲସ-୧୯୫୮ର ରୁଲ-୧୬(୨)ର ପ୍ରାବଧାନ ଆଧାରରେ ସେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । ତେବେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଜଣେ ସର୍ବଭାରତୀୟ ଅଫିସରଙ୍କୁ ନିଜ ଚାକିରି କାଳର ୩୦ବର୍ଷ ପୂରଣ ଅବା ସେ ୫୦ବର୍ଷ ବୟସରେ ଉପନୀତ ହେବାର ଆବଶ୍ୟକତା ରହିଛି ଓ ରାଜ୍ୟ ସରକାରଙ୍କୁ ଅତିକମରେ ୩ମାସ ପୂର୍ବରୁ ଲିଖିତ ଭାବେ ଆବେଦନ ଦେବାର ଆବଶ୍ୟକତା ରହିଛି । Post navigation IIMCକୁ ମିଳିଲା ବିବେଚିତ ବିଶ୍ବବିଦ୍ୟାଳୟର ମାନ୍ୟତା କେନ୍ଦ୍ରୀୟ ବଜେଟକୁ ନେଇ ଖୁସି ପ୍ରକାଶ କରିଛନ୍ତି ମନମୋହନ ସାମଲ