ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଏସ୍‌ଆରସି ସୂଚନା ଦେଇଛନ୍ତି। ୭ରୁ ୧୧ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଆଭ୍ୟନ୍ତରୀଣ, ଉପକୂଳ ଓ ଦକ୍ଷିଣ ଓଡ଼ିଶା ଜିଲ୍ଲା ପାଇଁ ସତର୍କ ସୂଚନା। ସମସ୍ତ ସହର ଓ ଗ୍ରାମାଞ୍ଚଳ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବର୍ଷାରେ ଯାହା କ୍ଷୟକ୍ଷତି ହେବ ତୁରନ୍ତ ରିପୋର୍ଟ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *