ବଡ଼ ଦେଉଳରୁ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ଏହି ସମୟରେ ରଥାରୂଢ଼ ତିନି ଠାକୁରଙ୍କ ଦର୍ଶନ କଲେ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀ।

ପ୍ରଥମେ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ପରେ ତିନି ଠାକୁରଙ୍କ ପହଣ୍ଡି ହୋଇ ରଥରେ ବିରାଜମାନ କରିଛନ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ପୁରୀ। ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାବେଶ ହୋଇଛି।

Leave a Reply

Your email address will not be published. Required fields are marked *