ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି। ଭିଡିଓଟି ପୁରୀ ବେଳାଭୂମି ବୋଲି ଜଣାପଡ଼ୁଛି । ଏହି ଦୃଶ୍ୟ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି। ସମୁଦ୍ର ଭିତରେ ମହାପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ଅତି ଦୟନୀୟ ଅବସ୍ଥାରେ ଉଦ୍ଧାର ହୋଇଛି। କେହି ଭସାଇ ଦେଇଥିବା ଅନୁମାନ କରାଯାଉଛି । ତେବେ କିଏ ଓ କାହିଁକି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମୂର୍ତ୍ତି ବେଳାଭୂମିରେ ଭସେଇଛି ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ । ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଥିବା ଭିଡିଓରେ ମହାପ୍ରଭୁଙ୍କ ଏକ ବିଗ୍ରହ ସମୁଦ୍ରରେ ଭାସୁଥିବା ବେଳେ କିଛି ଯୁବକ ଉଦ୍ଧାର କରି ଏହାକୁ କୂଳକୁ ଆଣିଛନ୍ତି। ପାଣି ଭିତରୁ ଆଣୁଥିବା ବେଳେ ଆଉ କିଛି ପର୍ଯ୍ୟଟକ ମାନେ ସେଲଫି ନେଉଛନ୍ତି। Post navigation Kandhamal Maoist Encounter: ସୁରକ୍ଷାକର୍ମୀଙ୍କ ଗୁଳିରେ ମାଓନେତା ଗଣେଶ ସମେତ ୪ ନିହତ