ଜଗଦୀପ ଧନଖଡ଼ ଆଜି ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି । କୁହାଯାଉଛି ଯେ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ସେ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ନିକଟକୁ ଜଗଦୀପ ଧନଖଡ଼ ଇସ୍ତଫା ପତ୍ର ପଠାଇଛନ୍ତି । ସେ ତାଙ୍କ ଇସ୍ତଫାପତ୍ରରେ ଧାରା ୬୭ (A) ଉଲ୍ଲେଖ କରି ଲେଖିଛନ୍ତି ଯେ ସ୍ୱାସ୍ଥ୍ୟସେବାକୁ ପ୍ରାଥମିକତା ଦେବା ଓ ଡାକ୍ତରୀ ପରାମର୍ଶ ପାଳନ କରିବା ପାଇଁ ସେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଉଛନ୍ତି । ପୂର୍ବରୁ ଜଗଦୀପ ଧନଖଡ଼ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଏମ୍ସରେ ହସ୍ପିଟାଲକୁ ନିଆଯାଇଥିଲା । ଜଗଦୀପ ଧନଖଡ଼ ୧୧ ଅଗଷ୍ଟ ୨୦୨୨ ରେ ଭାରତର ୧୪ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ । ଏହା ପୂର୍ବରୁ ସେ ପଶ୍ଚିମବଙ୍ଗର ରାଜ୍ୟପାଳ ଥିଲେ । ସେ ଜଣେ ଦକ୍ଷ ଓକିଲ ମଧ୍ୟ । Post navigation ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସିବିଏସଇର ବଡ଼ ନିଷ୍ପତ୍ତି; ସ୍କୁଲରେ ସିସିଟିଭି କ୍ୟାମେରା ଲଗାଇବା ବାଧ୍ୟତାମୂଳକ