ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଜୟ ଶାହଙ୍କ ବ୍ୟତୀତ ଆଉ କେହି ନାମାଙ୍କନ ଦାଖଲ କରି ନଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଆଜି ଆଇସିସି ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଥିଲା। ଆଇସିସିର ସର୍ବକନିଷ୍ଠ ଅଧ୍ୟକ୍ଷ ହେଉଛନ୍ତି ୩୫ ବର୍ଷୀୟ ଜୟ ଶାହ । ଶ୍ରୀ ଶାହ ଡିସେମ୍ବର ୧ରେ ଆଇସିସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବେ ।

Leave a Reply

Your email address will not be published. Required fields are marked *