ଆରପାରିରେ ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ର (୬୯) । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । କିଛିଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତାଙ୍କୁ ନିମୋନିଆ ହେବା ଯୋଗୁଁ ଫୁସଫୁସ ଆକ୍ରାନ୍ତ ହୋଇଥିଲା। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକତା ଓ ଗଣ ଯୋଗାଯୋଗ ବିଭାଗର ମୁଖ୍ୟ ମଧ୍ୟ ଥିଲେ। ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅନେକ ଅବଦାନ ରହିଛି । ତେଣୁ ତାଙ୍କ ମୃତ୍ୟୁ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି । Post navigation ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ପୁନଃ ନିଟ ପରୀକ୍ଷା ହେବନି: ସୁପ୍ରିମକୋର୍ଟ