ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଓଡିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ଏବେ କ୍ରୀଡା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୋଳ ଜିଲ୍ଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଥିଲେ। Post navigation ପାଣ୍ଡିଆନଙ୍କ ସପକ୍ଷରେ ଆଗେଇ ଆସିଲା ବିଜେଡି ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସମ୍ପ୍ରସାରଣ ପାଇଁ ସରକାରଙ୍କ ସହଯୋଗ କାମନା