ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଓଡିଶା ହାଇକୋର୍ଟକୁ ବଦଳି। ବଦଳି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଜଷ୍ଟିସ ଶ୍ରୀପଦଙ୍କ ଯୋଗଦାନ ପରେ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିବ । ଏବେ କର୍ଣ୍ଣାଟକ ହାଇକୋର୍ଟ ବିଚାରପତି ଅଛନ୍ତି ଜଷ୍ଟିସ ଶ୍ରୀପଦ । ଜଷ୍ଟିସ୍ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ବେଙ୍ଗାଲୁରୁ ଆଇନ ମହାବିଦ୍ୟାଳୟରେ ସେ ଆଇନ ଅଧ୍ୟାପକ ଭାବେ କାର୍ଯ୍ୟ କରିଥିଲେ । କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ନିମନ୍ତେ ସେ ନିର୍ବାଚନୀ ମାମଲା ପରିଚାଳନା କରିଥିବା ବେଳେ କେନ୍ଦ୍ର ସରକାରଙ୍କ ଓକିଲ ଭାବେ ମଧ୍ୟ ମାମଲା ପରିଚାଳନା କରିଥିଲେ । ଜୁଲାଇ ୧୯୮୯ରୁ ସେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ୨୪ ବର୍ଷ ଧରି ସେ କର୍ଣ୍ଣାଟକ ଓ ମାଡ୍ରାସ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରିଥିଲେ। ୨୦୧୪ରେ ସେ ଆସିଷ୍ଟାଣ୍ଟ ସଲିସିଟର ଜେନେରାଲ ଅଫ୍ ଇଣ୍ଡିଆ ରୂପେ ନିଯୁକ୍ତି ପାଇଥିଲେ। କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ରୂପେ ସେ ଫେବ୍ରୁଆରି ୧୪, ୨୦୧୮ରେ ନିଯୁକ୍ତି ପାଇଥିଲେ। ଜାନୁଆରି ୭,୨୦୨୦ରେ ଜଷ୍ଟିସ୍ ଶ୍ରୀପଦ କର୍ଣ୍ଣାଟକ ହାଇକୋର୍ଟର ସ୍ଥାୟୀ ବିଚାରପତି ହୋଇଥିଲେ। Post navigation ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ ପୁଣି କିଟ୍ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲା: ନେପାଳ ମନ୍ତ୍ରୀଙ୍କ ଉଦ୍ବେଗ