ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ୍ । ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିଶ କ୍ରମେ ତାଙ୍କୁ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ୍ ଟଣ୍ଡନ୍ ବର୍ତ୍ତମାନ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି ।

ସୂଚନା ଯୋଗ୍ୟ; ଚଳିତ ମାସରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ପଦ ପାଇଁ ଜଷ୍ଟିସ୍ ହରିଶ ଟଣ୍ଡନଙ୍କ ନାମକୁ ସୁପାରିଶ କରିଥିଲେ । ୧୯ ଜାନୁଆରୀ ୨୦୨୫ରେ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଅବସର ଗ୍ରହଣ କରିବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି ।

Leave a Reply

Your email address will not be published. Required fields are marked *