ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ରାଜ୍ୟପାଳ ହରିବାବୁ କମ୍ଭମପତି ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ହାଇକୋର୍ଟର ସମସ୍ତ ବିଚାରପତି, ଆଡ଼ଭୋକେଟ ଜେନେରାଲ, ବିଭାଗୀୟ ମନ୍ତ୍ରୀ, ସଚିବଙ୍କ ସମେତ ବରିଷ୍ଠ ଆଇନଜୀବୀ, ଅବସରପ୍ରାପ୍ତ ବିଚାରପତି ଉପସ୍ଥିତ ରହିଥିଲେ।

ଜଷ୍ଟିସ୍ ଟଣ୍ଡନ କଲିକତା ବିଶ୍ଵବିଦ୍ୟାଳୟରୁ ୧୯୮୯ରେ LLB ଡିଗ୍ରି ହାସଲ କରିବା ପରେ ୧୯୮୯ ସେପ୍ଟେମ୍ବର ୨୬ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ । ସେ କଲିକତା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ସିଟି ସିଭିଲ୍ କୋର୍ଟ, ଡିଆରଟି ଓ ସୁପ୍ରିମକୋର୍ଟ ମଧ୍ୟ ଆଇନଜୀବୀ ଭାବେ ମାମଲା ପରିଚାଳନା କରିଥିଲେ । ୨୦୧୦ ଏପ୍ରିଲ ୧୩ରେ ତାଙ୍କୁ କଲିକତା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା ।

Leave a Reply

Your email address will not be published. Required fields are marked *