କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ କରିବାକୁ ନିର୍ଦ୍ଦେଶ । ହାଇକୋର୍ଟଙ୍କ ରୋକ୍‌ ଥିବାରୁ ଏବେ ନିର୍ବାଚନ ନକରିବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ସେଥିପାଇଁ ମଧ୍ୟ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଏବେ ନିର୍ବାଚନ ନକରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି

ସୂଚନା ମୁତାବକ: ଆସନ୍ତା ୨୨ ତାରିଖରେ ହେବାକୁ ଯାଉଛି ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଛି। ୬ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ସହ ଗୋଟିଏ ଉପାଧ୍ୟକ୍ଷ ପଦବୀ ପାଇଁ ହେବ ଉପନିର୍ବାଚନ ବୋଲି ବିଜ୍ଞପ୍ତି ରେ ପ୍ରକାଶ ପାଇଥିବା ବେଳେ । ଆଜି କବିସୂର୍ଯ୍ୟନଗର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ସ୍ଥଗିତ କରିବାକୁ ଆଉ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ ।

Leave a Reply

Your email address will not be published. Required fields are marked *