ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଗତ କିଛି ଦିନ ଧରି ଅନେକ ଜିଲ୍ଲାରେ ବର୍ଷା, ଘଡ଼ଘଡ଼ି ଓ ଝଡ଼ ପବନ ଲାଗି ରହିଛି । କାଳବୈଶାଖୀ ବର୍ଷା ସମ୍ଭାବନାକୁ ନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ କରାଯାଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ଜାରି ରହିପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏହା ସହ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ବର୍ଷା ସହ ଘଡ଼ଘଡ଼ି ଓ ୩୦ରୁ ୪୦ କିମି ବେଗରେ ପବନ ବହିବା ଆଶଙ୍କା ରହିଛି। Post navigation Balianta Row: ବାଲିଅନ୍ତା ଘଟଣା ପରେ; ଭୁବନେଶ୍ୱର ପୋଲିସ ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ Mob Lynching In Bhubaneswar: ପୁଲିସକୁ ଦୁର୍ବଳ କରିଦେଇଛି ମୋହନ ସରକାର: ଭକ୍ତ ଦାସ