ଆଜି ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ୩୦ ଜିଲ୍ଲାକୁ ବଜ୍ରପାତ ଓ ପବନ ବହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଏବଂ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିପାରେ । ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବା ବେଳେ କୁଆପଥର ବର୍ଷା ମଧ୍ୟ ହୋଇପାରେ । Post navigation ନବ ଦାସ ହତ୍ୟା ପରେ ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ କ୍ରାଇମ୍ବ୍ରାଞ୍ଚର ଜେରା ଡିଲିମିଟେସନ ବୈଠକରେ ସାମିଲ ହେଲେ ବିଜେଡି ନେତା; ଓଡ଼ିଶା ପାଇଁ ନ୍ୟାୟ ମାଗିଲେ ନବୀନ